ଏଷ୍ଟର 6

ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।

Esther 6:1 (UKJV) On that night could not the king sleep, and he commanded to bring the book of records of the chronicles; and they were read before the king.

1ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।

2ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।

3ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.