8ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।
9ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”
10ଏଥିରେ ରାଜା ହାମନ୍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”
11ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
12ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।