11ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
12ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।
13ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”
14ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍କୁ ନେବା ପାଇଁ ଚଞ୍ଚଳ ହେଲେ।