ଏଷ୍ଟର 6

ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”

Esther 6:3 (UKJV) And the king said, What honour and dignity has been done to Mordecai for this? Then said the king's servants that ministered unto him, There is nothing done for him.

1ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।

2ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।

3ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”

4ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।

5ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.