5ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”
6ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?
7ଏଣୁ ହାମନ୍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,
8ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।
9ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”