ଏଷ୍ଟର 6

ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।

Esther 6:8 (UKJV) Let the royal apparel be brought which the king uses to wear, and the horse that the king rides upon, and the crown royal which is set upon his head:

6ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?

7ଏଣୁ ହାମନ୍‍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,

8ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।

9ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”

10ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.