ଏଷ୍ଟର 6

ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”

Esther 6:9 (UKJV) And let this apparel and horse be delivered to the hand of one of the king's most noble princes, that they may array the man likewise whom the king delights to honour, and bring him on horseback through the street of the city, and proclaim before him, Thus shall it be done to the man whom the king delights to honour.

7ଏଣୁ ହାମନ୍‍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,

8ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।

9ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”

10ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”

11ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.