ଏଷ୍ଟର 7

ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।

Esther 7:3 (UKJV) Then Esther the queen answered and said, If I have found favour in your sight, O king, and if it please the king, let my life be given me at my petition, and my people at my request:

1ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।

2ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”

3ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।

4କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”

5ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.