ଏଷ୍ଟର 7

ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”

Esther 7:5 (UKJV) Then the king Ahasuerus answered and said unto Esther the queen, Who is he, and where is he, that durst presume in his heart to do so?

3ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।

4କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”

5ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”

6ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।

7ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.