ଏଷ୍ଟର 7

ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।

Esther 7:6 (UKJV) And Esther said, The adversary and enemy is this wicked Haman. Then Haman was afraid before the king and the queen.

4କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”

5ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”

6ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।

7ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।

8ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍‍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍‍ର ମୁଖ ଢାଙ୍କି ପକାଇଲେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.