6ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍ ଭୀତ ହେଲେ।
7ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।
8ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।”
9ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”
10ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।