ଏଷ୍ଟର 8

ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

Esther 8:10 (UKJV) And he wrote in the king Ahasuerus' name, and sealed it with the king's ring, and sent letters by posts on horseback, and riders on mules, camels, and young dromedaries:

8ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”

9ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।

10ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

11ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ

12ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.