ଏଷ୍ଟର 8

ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।

Esther 8:12 (UKJV) Upon one day in all the provinces of king Ahasuerus, namely, upon the thirteenth day of the twelfth month, which is the month Adar.

10ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

11ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ

12ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।

13ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।

14ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍‍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.