12ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।
13ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।
14ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
15ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
16ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।