ଏଷ୍ଟର 8

ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।

Esther 8:15 (UKJV) And Mordecai went out from the presence of the king in royal apparel of blue and white, and with a great crown of gold, and with a garment of fine linen and purple: and the city of Shushan rejoiced and was glad.

13ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।

14ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍‍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

15ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।

16ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।

17ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.