ଏଷ୍ଟର 8

ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍‍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।

Esther 8:3 (UKJV) And Esther spoke yet again before the king, and fell down at his feet, and besought him with tears to put away the mischief of Haman the Agagite, and his device that he had devised against the Jews.

1ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍‍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।

2ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।

3ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍‍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।

4ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,

5ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.