4ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,
5ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;
6ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”
7ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍ର ଗୃହ ଦେଲି, ଲୋକମାନେ ହାମନ୍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।
8ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”