ଏଷ୍ଟର 9

ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।

Esther 9:17 (UKJV) On the thirteenth day of the month Adar; and on the fourteenth day of the same rested they, and made it a day of feasting and gladness.

15ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

16ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

17ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।

18ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।

19ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍‍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.