17ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।
18ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।
19ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
20ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
21ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,