ଏଷ୍ଟର 9

ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।

Esther 9:2 (UKJV) The Jews gathered themselves together in their cities throughout all the provinces of the king Ahasuerus, to lay hand on such as sought their hurt: and no man could withstand them; for the fear of them fell upon all people.

1ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍‍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।

2ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।

3ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।

4ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.