20ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
21ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,
22ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।
23ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;
24କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲେ।