ଏଷ୍ଟର 9

ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;

Esther 9:23 (UKJV) And the Jews undertook to do as they had begun, and as Mordecai had written unto them;

21ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,

22ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।

23ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;

24କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କରିଥିଲେ।

25ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.