24କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲେ।
25ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।
26ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,
27ତତ୍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।
28ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।