ଏଷ୍ଟର 9

ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।

Esther 9:28 (UKJV) And that these days should be remembered and kept throughout every generation, every family, every province, and every city; and that these days of Purim should not fail from among the Jews, nor the memorial of them perish from their seed.

26ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍‍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,

27ତତ୍‍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।

28ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।

29ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍‍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।

30ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.