ଏଷ୍ଟର 9

ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,

Esther 9:30 (UKJV) And he sent the letters unto all the Jews, to the hundred twenty and seven provinces of the kingdom of Ahasuerus, with words of peace and truth,

28ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।

29ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍‍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।

30ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,

31ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।

32ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍‍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.