3ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।
4ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।
5ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।
6ଏହିରୂପେ ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ ପାଞ୍ଚ ଶତ ଲୋକଙ୍କୁ ବଧ ଓ ବିନାଶ କଲେ।
7ପୁଣି, ପର୍ଶନ୍ଦାଥ ଓ ଦଲ୍ଫୋନ ଓ ଅସ୍ପାଥ