ଯାତ୍ରା ପୁସ୍ତକ 1

ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।

Exodus 1:13 (UKJV) And the Egyptians made the children of Israel to serve with rigour:

11ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।

12ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।

13ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।

14ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।

15ଏଥିଉତ୍ତାରେ ମିସରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.