13ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
14ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।
15ଏଥିଉତ୍ତାରେ ମିସରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,
16“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
17ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।