ଯାତ୍ରା ପୁସ୍ତକ 1

ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।

Exodus 1:20 (UKJV) Therefore God dealt well with the midwives: and the people multiplied, and waxed very mighty.

18ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”

19ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”

20ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।

21ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।

22ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.