ଯାତ୍ରା ପୁସ୍ତକ 1

ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।

Exodus 1:8 (UKJV) Now there arose up a new king over Egypt, which knew not Joseph.

6ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।

7ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।

8ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।

9ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।

10ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.