ଯାତ୍ରା ପୁସ୍ତକ 10

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,

Exodus 10:1 (UKJV) And the LORD said unto Moses, Go in unto Pharaoh: for I have hardened his heart, and the heart of his servants, that I might show these my signs before him:

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,

2ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”

3ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.