9ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”
10ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
11ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳାବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”
13ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।