10ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
11ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳାବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”
13ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
14ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।