ଯାତ୍ରା ପୁସ୍ତକ 10

ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”

Exodus 10:17 (UKJV) Now therefore forgive, I pray you, my sin only this once, and implore the LORD your God, that he may take away from me this death only.

15ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।

16ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।

17ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”

18ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,

19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.