17ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”
18ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,
19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
20ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
21ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”