ଯାତ୍ରା ପୁସ୍ତକ 10

ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”

Exodus 10:21 (UKJV) And the LORD said unto Moses, Stretch out yours hand toward heaven, that there may be darkness over the land of Egypt, even darkness which may be felt.

19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।

20ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

21ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”

22ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରକୁ ଦେଖି ପାରିଲା ନାହିଁ।

23ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.