24ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”
25ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଓ ହୋମଦ୍ରବ୍ୟ ଉତ୍ସର୍ଗ କରିବା, ତାହା ମଧ୍ୟ ଆମ୍ଭମାନଙ୍କ ହସ୍ତରେ ଆପଣଙ୍କୁ ଦେବାକୁ ହେବ।
26ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”
27ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।
28ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”