ଯାତ୍ରା ପୁସ୍ତକ 10

ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”

Exodus 10:7 (UKJV) And Pharaoh's servants said unto him, How long shall this man be a snare unto us? let the men go, that they may serve the LORD their God: know you not yet that Egypt is destroyed?

5ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।

6ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।’” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରିଗଲେ।

7ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”

8ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ?”

9ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.