ଯାତ୍ରା ପୁସ୍ତକ 11

ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।

Exodus 11:3 (UKJV) And the LORD gave the people favour in the sight of the Egyptians. Moreover the man Moses was very great in the land of Egypt, in the sight of Pharaoh's servants, and in the sight of the people.

1ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।

2ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”

3ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।

4ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।

5ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.