3ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।
4ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।
5ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।
6ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।
7ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’