ଯାତ୍ରା ପୁସ୍ତକ 11

ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”

Exodus 11:9 (UKJV) And the LORD said unto Moses, Pharaoh shall not hearken unto you; that my wonders may be multiplied in the land of Egypt.

7ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’

8ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।

9ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”

10ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.