ଯାତ୍ରା ପୁସ୍ତକ 12

ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।

Exodus 12:10 (UKJV) And all of you shall let nothing of it remain until the morning; and that which remains of it until the morning all of you shall burn with fire.

8ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।

9ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।

10ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।

11ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।

12ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.