ଯାତ୍ରା ପୁସ୍ତକ 12

ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।

Exodus 12:14 (UKJV) And this day shall be unto you for a memorial; and all of you shall keep it a feast to the LORD throughout your generations; all of you shall keep it a feast by an ordinance for ever.

12ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।

13ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।

14ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।

15ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।

16ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.