16ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।
17ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
18ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
19ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
20ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”