ଯାତ୍ରା ପୁସ୍ତକ 12

“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।

Exodus 12:2 (UKJV) This month shall be unto you the beginning of months: it shall be the first month of the year to you.

1ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

2“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।

3ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।

4ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.