19ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
20ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”
21ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।
22ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
23ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।