22ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
23ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
24ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
25ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।
26ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’