ଯାତ୍ରା ପୁସ୍ତକ 12

ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।

Exodus 12:28 (UKJV) And the children of Israel went away, and did as the LORD had commanded Moses and Aaron, so did they.

26ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’

27ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।

28ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।

29ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।

30ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.