29ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
30ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
31ତହୁଁ ରାତ୍ରିକାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।
32ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”
33ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”