34ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।
35ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
36ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ।
37ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ।
38ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।